
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ଓମ୍
ବିର୍ଲାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ
ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ଲୋକସଭାର ବାଚସ୍ପତି
ଶ୍ରୀ ଓମ୍ ବିର୍ଲା ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ
ଦିବ୍ୟ ଆଶୀର୍ବାଦ ସର୍ବଦା ଆପଣଙ୍କ ଉପରେ ରହିଥାଉ। ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ, ସମୃଦ୍ଧି
ଓ ଦୀର୍ଘ, ଆନନ୍ଦମୟ
ତଥା ସାର୍ଥକ ଜୀବନ ପ୍ରଦାନ କରନ୍ତୁ, ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା