
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟରରେ ମଧ୍ୟରେ ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ