
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ