
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.) : ପବିତ୍ର ରାହାସ ପୂର୍ଣ୍ଣିମା ଅବସରରେ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା
ଜଣାଇଛନ୍ତି।
ସୋସିଆଲ ମିଡିଆରେ ଏକ ଶୁଭେଚ୍ଛା ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ
କହିଛନ୍ତି ଯେ, ଏହି ପବିତ୍ର ଅବସର
ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି
ଆଣିବା ସହ ଆଧ୍ୟାତ୍ମିକ ଚେତନାରେ ଭରିଦେଉ। ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ ବୋଲି ସେ କାମନା
କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା