
ଭୁବନେଶ୍ଵର, ୨୬ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟରରେ ମଧ୍ୟରେ ରହିପାରେ ।
ପରବର୍ତୀ ୬ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ଆସନ୍ତା ଡିସେମ୍ବର ୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ