
ଭୁବନେଶ୍ଵର, ୨୬ ନଭେମ୍ବର (ହି.ସ.)- ଗୁରୁବାର ଭୋର୍ ତଥା ସକାଳ ସମୟରେ କୋରାପୁଟରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୦ ରୁ ୫୦ ମିଟର ମଧ୍ୟରେ ରହିଛି ।
ସେହିପରି ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ ଏବଂ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ ପାରାଦୀପରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଗୋପାଳପୁରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ