
ଭୁବନେଶ୍ୱର, ୨୬ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ହାଲୁକା ବର୍ଷା ହୋଇଛି । ଗଜପତି ଜିଲ୍ଲାର ଆର. ଉଦୟଗିରିରେ ସର୍ବାଧିକ ୬.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ରାୟଗଡ଼ା ଜିଲ୍ଲାର ପଦ୍ମପୁରରେ ୪.୦ ମି.ମି., ଆର ଗୁଡାରେ ୩.୩ ମି.ମି. ଏବଂ ଗଜପତି ଜିଲ୍ଲାର ନୂଆଗଡ଼ରେ ୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ