୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ସହିଦଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର, ୨୬ ନଭେମ୍ବର (ହି.ସ)। ୨୦୦୮ ମସିହାର ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ନିରୀହ ନାଗରିକ ଏବଂ ଦେଶର ସୁରକ୍ଷା ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀର ସହିଦମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ମୁମ୍ବାଇ ଆତଙ୍କବାଦୀ


ଭୁବନେଶ୍ୱର, ୨୬

ନଭେମ୍ବର (ହି.ସ)। ୨୦୦୮ ମସିହାର ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା

ନିରୀହ ନାଗରିକ ଏବଂ ଦେଶର ସୁରକ୍ଷା ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀର ସହିଦମାନଙ୍କୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସରରେ ସେ କହିଛନ୍ତି

ଯେ, ମାତୃଭୂମିର

ଅଖଣ୍ଡତା ଓ ସୁରକ୍ଷା ରକ୍ଷା କରିବାରେ ଆମ ସୁରକ୍ଷା ବାହିନୀର ଅଦମ୍ୟ ସାହସ, ତ୍ୟାଗ ଓ

ବୀରତ୍ୱ ସର୍ବଦା ସ୍ମରଣୀୟ ହୋଇ ରହିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ମୋଦୀଙ୍କ ଦୃଢ଼ ନେତୃତ୍ୱରେ ଆତଙ୍କବାଦ ବିରୋଧରେ ଭାରତର 'ଶୂନ୍ୟ ସହନଶୀଳତା' ନୀତି

ଏବଂ ସୁଦୃଢ଼ ସୁରକ୍ଷା ବ୍ୟବସ୍ଥା ଆଜି ଦେଶକୁ ଅଧିକ ସୁରକ୍ଷିତ ଓ ଶକ୍ତିଶାଳୀ କରିଛି ବୋଲି

ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande