ବିନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ବିଜ୍ଞାନ ମେଳା : ୮୦ଟି ପ୍ରକଳ୍ପ ପ୍ରଦର୍ଶିତ
ଭୁବନ, ୨୭ ନଭେମ୍ବର (ହି.ସ.)- ଢେ଼ଙ୍କାନାଳ ଜିଲ୍ଲା ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ବିନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ବିଜ୍ଞାନ ମେଳା ଆଜି ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ଓ କନିଷ୍ଠ ବିଭାଗର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସମୁଦାୟ ୮୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଭୁବନ ମହିଳା
ପ୍ରକଳ୍ପ


ବିଜ୍ଞାନ ମେଳା


ଭୁବନ, ୨୭ ନଭେମ୍ବର (ହି.ସ.)- ଢେ଼ଙ୍କାନାଳ ଜିଲ୍ଲା ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ବିନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ବିଜ୍ଞାନ ମେଳା ଆଜି ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ଓ କନିଷ୍ଠ ବିଭାଗର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସମୁଦାୟ ୮୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟ ରସାୟନ ବିଜ୍ଞାନ ଅଧ୍ୟାପକ ଶୁଭମ୍ ବେହେରା ଏବଂ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ଅଧ୍ୟାପିକା ଅନ୍ନପୂର୍ଣ୍ଣା ବେହେରା ଅତିଥି ଭାବେ ଯୋଗଦେଇ ପ୍ରକଳ୍ପ ଗୁଡିକର ମୂଲ୍ୟାୟନ କରିଥିଲେ । ବିଦ୍ୟାଳୟ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜଗତ ଜ୍ୟୋତି ସାହୁ ମୁଖ୍ୟ ଅତିଥି, ବିଦ୍ୟାଳୟ ଉପ ସଭାପତି ସନ୍ତୋଷ କୁମାର ପୋଥାଳ, ନିର୍ଦ୍ଦେଶକ ହରିହର ମିଶ୍ର ସମ୍ମାନିତ ଅତିଥି ଏବଂ ସମ୍ପାଦକ ସମୀର କୁମାର ସାହୁ ମୁଖ୍ୟ ବକ୍ତା ଭାବେ ଯୋଗଦେଇ କୁନି ବୈଜ୍ଞାନିକ ମାନଙ୍କ ଆଗ୍ରହକୁ ଗୁରୁତ୍ୱ ଦେଇ ସେମାନଙ୍କୁ ଆଗକୁ ବଢ଼ିବାକୁ ମାର୍ଗ ଦର୍ଶନ କରିବା ପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଆହ୍ୱାନ ଦେଇଥିଲେ ।

ଶିକ୍ଷୟିତ୍ରୀ ସ୍ଵପ୍ଲିନା ପ୍ରିୟଦର୍ଶନୀ ବର୍ଦ୍ଧନ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ବିଜ୍ଞାନ ମେଳାରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ମାନେ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ସୁଶାନ୍ତ


 rajesh pande