
ଭୁବନେଶ୍ୱର,୨୭ ନଭେମ୍ବର(ହି.ସ.) - ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ଏକ ଆଲୋଚନା ଅନୁଷ୍ଠିତ ହୋଇଥିଲା। ଏହି ଆଲୋଚନାରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ, ଯୋଜନା ଓ ମହିଳା ଏବଂ ଶିଶୁଙ୍କ କଲ୍ୟାଣ ସମ୍ପର୍କିତ ପ୍ରସଙ୍ଗ ଉପରେ ବିଚାରବିମର୍ଶ କରାଯାଇଥିଲା। ଏହି କ୍ଷେତ୍ରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ମହିଳା ଓ ଶିଶୁଙ୍କ କଲ୍ୟାଣକୁ ସର୍ବାଧିକ ପ୍ରାଥମିକତା ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।
ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା