
ଭୁବନେଶ୍ୱର, ୨୭ ନଭେମ୍ବର (ହି.ସ.) କେନ୍ଦ୍ର ଶିକ୍ଷା, ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ତଥା ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ଦୀର୍ଘାୟୁ ପ୍ରଦାନ କରନ୍ତୁ। ଦେଶ ସେବାରେ ତାଙ୍କର ଜୀବନ ସମର୍ପିତ ହୋଇ ରହିଥାଉ ବୋଲି ସେ କାମନା କରିଛନ୍ତି।
ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଶ୍ରୀ ଯୋଶୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଦେଶର ପ୍ରଗତି ପ୍ରତି ତାଙ୍କର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଓ ଅତୁଟ ପ୍ରତିବଦ୍ଧତା ପ୍ରଶଂସନୀୟ ବୋଲି ସେ ଉଲ୍ଲେଖ କରିଛନ୍ତି। ଶ୍ରୀ ଯୋଶୀ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ଦେଶ ତଥା ଜନସାଧାରଣଙ୍କ ସେବାରେ ଆହୁରି ଅଧିକ ସଫଳତା ହାସଲ କରନ୍ତୁ ବୋଲି ଶ୍ରୀ ସିଂହଦେଓ କାମନା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ