
ଭୁବନେଶ୍ୱର,୨୭ ନଭେମ୍ବର(ହି.ସ.) - ଭଦ୍ରକ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଶୁକ୍ରବାର ନୂଆ ବସ୍ ଷ୍ଟାଣ୍ଡଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସମ୍ବିଧାନ ବଂଚାଅ, ଅରାଜକତା ହଟାଅ' ପଦଯାତ୍ରା ଆୟୋଜିତ ହୋଇଯାଇଛି। ପଦଯାତ୍ରା କାର୍ଯ୍ୟକ୍ରମରେ ସାମିଲ ହୋଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ ଜନସାଧାରଣଙ୍କ ଅଧିକାର ଓ ଗାଣତାନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ପାଇଁ ଆମେ ସଦା ସର୍ବଦା ପ୍ରତିଶ୍ରୁତିବଦ୍ଧ।
ଏହି ପଦଯାତ୍ରାରେ ରାଜ୍ୟସଭା ସାଂସଦ ମନମୋହନ ସାମଲ , ଲୋକସଭା ସାଂସଦ ଅଭିମନ୍ୟୁ ସେଠୀ, ବିଧାୟକ ସୀତାଂଶୁ ଶେଖର ମହାପାତ୍ରଙ୍କ ସମେତ ଦଳୀୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତାମାନେ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା