
ଭୁବନେଶ୍ୱର, ୨୮ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୭.୧ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ ହୋଇଛି ।
ସେହିପରି ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୭.୬, ଦାରିଙ୍ଗବାଡ଼ିରେ୧୦ ଡ଼ିଗ୍ରୀ, ଚିପିଲିମାରେ ୧୦.୮, ଝାରସୁଗୁଡ଼ାରେ ୧୦.୮, ଫୁଲବାଣୀରେ ୧୧ ଡ଼ିଗ୍ରୀ ଏବଂ ଭବାନିପାଟଣାରେ ୧୨ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ