ରାଜ୍ୟପାଳଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୨୮ ନଭେମ୍ବର (ହି.ସ.) - ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ଦିନ ଲୋକଭବନଠାରେ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ଅବସରରେ ପର୍ଯ୍ୟଟନ ବିଭାଗ, ମିଶନ ଶକ୍ତି ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ସମେତ ବିଭିନ୍ନ ବିଭ
dcm


ଭୁବନେଶ୍ୱର,୨୮ ନଭେମ୍ବର (ହି.ସ.) - ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ଦିନ ଲୋକଭବନଠାରେ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ସାକ୍ଷାତକାର ଅବସରରେ ପର୍ଯ୍ୟଟନ ବିଭାଗ, ମିଶନ ଶକ୍ତି ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ସମେତ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା କାର୍ଯ୍ୟକ୍ରମ ଓ ଜନକଲ୍ୟାଣମୂଳକ ପଦକ୍ଷେପ ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏଥିସହ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟକୁ ଅଧିକ ସୁଦୃଢ଼ କରିବା ଏବଂ ଯୋଜନାଗୁଡ଼ିକର ସଫଳ ରୂପାୟନ ମାଧ୍ୟମରେ ଉନ୍ନତ ଫଳାଫଳ ହାସଲ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଜନସାଧାରଣଙ୍କ ହିତରେ ବିଭିନ୍ନ ବିଭାଗର ସାମୂହିକ ପ୍ରୟାସ ଓ ପ୍ରଭାବଶାଳୀ ସମନ୍ୱୟର ଆବଶ୍ୟକତା ନେଇ ମଧ୍ୟ ମତବିନିମୟ ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande