
ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ସହ ଫୋନ୍ରେ ଆଲୋଚନା, ପ୍ରଭାବିତ ଅଞ୍ଚଳରେ ଏନ୍ଡିଆର୍ଏଫ୍ ଓ ଏସ୍ଡିଆର୍ଏଫ୍ ଟିମ୍ ମୁତୟନ
ନୂଆଦିଲ୍ଲୀ, ୦୩ ନଭେମ୍ବର (ହି.ସ.) : ଆନ୍ଧ୍ରପ୍ରଦେଶରେ ସାମୁଦ୍ରିକ ଝଡ଼ ‘ମୁରାସୁ’ ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତି ଓ ଏହାର ପ୍ରଭାବ ସମ୍ପର୍କରେ କେନ୍ଦ୍ରୀୟ ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ରାଜ୍ୟର ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି। ଏହି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଓ ସମର୍ଥନ ଯୋଗାଇ ଦିଆଯିବ ବୋଲି ଶାହ ମୁଖ୍ୟମନ୍ତ୍ରୀଙ୍କୁ ପୂର୍ଣ୍ଣ ଆଶ୍ୱାସନା ଦେଇଛନ୍ତି।
ଏନେଇ ଅମିତ ଶାହ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ, ଜାତୀୟ ବିପର୍ଯ୍ୟୟ ମୁକାବିଲା ବାହିନୀ (ଏନ୍ଡିଆର୍ଏଫ୍) ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ବାହିନୀ (ଏସ୍ଡିଆର୍ଏଫ୍)ର ଟିମ୍ଗୁଡ଼ିକ ପୂର୍ବରୁ ହିଁ ପ୍ରଭାବିତ ଅଞ୍ଚଳରେ ମୁତୟନ ହୋଇଛନ୍ତି। ଏହି ଟିମ୍ଗୁଡ଼ିକ ସେଠାରେ ତତ୍ପରତାର ସହ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହ ବାତ୍ୟା ପ୍ରଭାବିତ ଲୋକଙ୍କ ନିକଟରେ ତୁରନ୍ତ ସହାୟତା ପହଞ୍ଚାଉଛନ୍ତି।
ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ସରକାର ଦୃଢ଼ ସଂକଳ୍ପର ସହ ଆନ୍ଧ୍ରପ୍ରଦେଶବାସୀଙ୍କ ସହ କାନ୍ଧକୁ କାନ୍ଧ ମିଳାଇ ଛିଡ଼ା ହୋଇଛନ୍ତି ବୋଲି ଅମିତ ଶାହ ସ୍ପଷ୍ଟ କରିଛନ୍ତି।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା