
ଭୁବନେଶ୍ୱର, ୩ ନଭେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୩ ତାରିଖ ସକାଳ ଠାରୁ ଆସନ୍ତା ୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ହୋଇଛି । ପରବର୍ତୀ ୫ ଦିନ ପାଇଁ ଜିଲ୍ଲାଗୁଡିକ ପାଇଁ କୌଣସି ଚେତାବନୀ ନାହିଁ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟ୍କା ୬୦ ଛୁଇଁପାରେ । ଅନ୍ୟ ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ତଥା ଏହାର ଝଟ୍କା ୫୦ ଛୁଇଁପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ