ଜିଲ୍ଲାସ୍ତରୀୟ ଉନ୍ନୟନ ଓ ଦାରିଦ୍ର୍ୟ ଦୂରୀକରଣ ଯୋଜନା ସମୀକ୍ଷା ବୈଠକ
ଜିଲ୍ଲାସ୍ତରୀୟ ଉନ୍ନୟନ ଓ ଦାରିଦ୍ର୍ୟ ଦୂରୀକରଣ ଯୋଜନା ସମୀକ୍ଷା ବୈଠକ
ଜିଲ୍ଲାସ୍ତରୀୟ ଉନ୍ନୟନ ଓ ଦାରିଦ୍ର୍ୟ ଦୂରୀକରଣ ଯୋଜନା ସମୀକ୍ଷା ବୈଠକ


ସମ୍ବଲପୁର, ୦୪, ନଭେମ୍ବର (ହି.ସ.) ସମ୍ବଲପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ପରିସରରେ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆଜି ଏକ ଉଚ୍ଚସ୍ତରୀୟ ଜିଲ୍ଲା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକର ପ୍ରାରମ୍ଭରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଜିଲ୍ଲାପାଳ କାର୍ଯ୍ୟକ୍ରମକୁ

ଶୁଭାରମ୍ଭ କରି ଜିଲ୍ଲାରେ ଚାଲିଥିବା ବିଭିନ୍ନ ଗ୍ରାମୀଣ ଉନ୍ନୟନ ଓ ଦାରିଦ୍ର୍ୟ ଦୂରୀକରଣ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିଥିଲେ।

ଏହି ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନା ଅଧୀନରେ ଥିବା ସମସ୍ତ ଘର ନିର୍ମାଣ କାର୍ଯ୍ୟ ତୁରନ୍ତ ଶେଷ କରି ଯୋଗ୍ୟ ହିତାଧିକାରୀଙ୍କୁ ଯୋଗାଇଦେବା ସହିତ ମନରେଗା ଜରିଆରେ ନିର୍ମାଣାଧୀନ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଥିସହିତ ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତି ଓ ଓରମାସ ଅଧୀନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଆର୍ଥିକ ବିକାଶ, ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା, ମଡେଲ ଭିଲେଜ ମିଶନ, ବିଧାୟକ ପାଣ୍ଠି, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଏବଂ କେନ୍ଦ୍ରୀୟ ତଥା ରାଜ୍ୟ ଅର୍ଥ କମିଶନ ଅନୁଦାନରେ ସ୍ୱାସ୍ଥ୍ୟ କ୍ଷେତ୍ରର ଭିତ୍ତିଭୂମି ଉନ୍ନୟନ ଆଦି ବିଷୟରେ ବ୍ଲକୱାରୀ ବିସ୍ତୃତ ଭାବେ ତର୍ଜମା କରାଯାଇଥିଲା।

ସମସ୍ତ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ଏବଂ ବାକି ଥିବା ଉପଯୋଗିତା ପ୍ରମାଣପତ୍ର ତୁରନ୍ତ ଦାଖଲ କରିବା ପାଇଁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଜିଲ୍ଲାର ସମସ୍ତ ବ୍ଲକ ଉନ୍ନୟନ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଏବଂ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ନିଜ ନିଜ କ୍ଷେତ୍ରର ଅଗ୍ରଗତି ତଥ୍ୟ ଉପସ୍ଥାପନ କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande