
ଭୁବନେଶ୍ୱର, ୫ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୫ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୪ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ