
ଭୁବନେଶ୍ୱର, ୫ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ