
ଭୁବନେଶ୍ୱର, ୫ ନଭେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୫ ତାରିଖ ସକାଳ ଠାରୁ ଆସନ୍ତା ୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ ଜିଲ୍ଲାଗୁଡିକ ପାଇଁ କୌଣସି ଚେତାବନୀ ନାହିଁ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ