
ଭୁବନେଶ୍ୱର, ୦୬ ନଭେମ୍ବର (ହି.ସ.) - ଧାମନଗର ବ୍ଲକ ଅସୁରାଳି ପଂଚାୟତର ଦେଶବନ୍ଧୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ସାମିଲ ହୋଇଛି। ଶୁକ୍ରବାର ଅସୁରାଳିଠାରେ ଉପସ୍ଥିତ ରହି ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଆୟୋଜିତ ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ଉ୍ଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ଧାମନଗରର ବିଦ୍ୟାଳୟଗୁଡ଼ିକୁ ଏହି ଗୁରୁତ୍ୱପୂର୍ଣ୍ଣ ଯୋଜନାରେ ଅନ୍ତର୍ଭୁକ୍ତ କରି ଅଂଚଳର ଶିକ୍ଷା ଭିତିଭୂମିକୁ ମଜବୁତ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆନ୍ତରିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା