
ପୁରୀ, ୬ ନଭେମ୍ବର (ହି.ସ.)- ପୁରୀ ଜିଲ୍ଲା ସ୍କୁଲ୍ ପରିସର ମଧ୍ୟରେ ଚଳିତ ବର୍ଷ ୨୦୨୬ ର ପୁରୀ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମଗ୍ର ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକ୍ ରୁ ପ୍ରାୟ ୮୦୦ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏହାର ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୁରୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଯୋଗଦେଇ ପିଲାମାନଙ୍କ ଅନ୍ତର୍ନିହିତ ଗୁଣାବଳୀ ଏହିପରି କାର୍ଯ୍ୟକ୍ରମ ମାଧ୍ୟମରେ ପରିପ୍ରକାଶ ହୋଇଥାଏ ଓ ଏଗୁଡ଼ିକୁ କେବଳ ଶିକ୍ଷକ ଓ ଶିକ୍ଷୟିତ୍ରୀ ନୁହେଁ ଆମେ ସମସ୍ତେ ମିଳିମିଶି ଖୋଜି ବାହାର କରିବା ଆମ୍ଭମାନଙ୍କର ପ୍ରଧାନ କର୍ତ୍ତବ୍ୟ । ସମ୍ମାନିତ ଅତିଥି ଭାବେ ପୁରୀ ଶିକ୍ଷକ ଶିକ୍ଷା ପ୍ରଶିକ୍ଷଣ କେନ୍ଦ୍ରର ଅଧ୍ୟକ୍ଷ ଡ. କାର୍ତ୍ତିକେଶ୍ବର ରାଉଳ, ପୁରୀ ଜିଲ୍ଲା ଶ୍ରମ ଅଧିକାରୀ ପ୍ରଜ୍ଞା ପାରମିତା ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଗୋବିନ୍ଦ ଚନ୍ଦ୍ର ହେମ୍ବ୍ରମ୍ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପୁରୀ ଜିଲ୍ଲା ସ୍କୁଲ୍ ଦୁର୍ଗେଶନ୍ଦିନୀ ମହାପାତ୍ର ଉପସ୍ଥିତ ରହି ନିଜ ନିଜର ସାରଗର୍ଭକ ଭାଷଣ ଦ୍ଵାରା ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପୁରୀ ଦ୍ବିତୀକାନ୍ତ ପ୍ରଧାନ ଏଥିରେ ସଭାପତିତ୍ବ କରିଥିଲେ । ଶିକ୍ଷକ ବିଦ୍ୟାଧର ମିଶ୍ର ମଞ୍ଚ ପରିଚାଳନା କରିଥିଲେ ଓ ପ୍ରଧାନଶିକ୍ଷକ ପୋଲିସ ନୋଡାଲ ଉଚ୍ଚ ବିଦ୍ୟାଳୟ, ଶିବରାମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହାର ଉଦ୍ଜାପନ ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ ପୁରୀ ଦୀପକ କୁମାର ପାଢ଼ୀ ସଭାପତିତ୍ବ କରିଥିଲେ । ପୁରୀ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ବିଧାୟକ, ସତ୍ୟବାଦୀ ଓମ୍ ପ୍ରକାଶ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରଥମରୁ ହତୋତ୍ସାହିତ ନ ହୋଇ ବାରମ୍ବାର ଉଦ୍ୟମ ଜାରି ରଖିଲେ ଛାତ୍ରଛାତ୍ରୀ ନିଶ୍ଚିତ ଅନ୍ତର୍ନିହିତ ଗୁଣାବଳୀର ବିକାଶ ସାଧନ କରିପାରିବେ ଓ ଏଥିପାଇଁ ଆମ୍ଭମାନଙ୍କର ପ୍ରେରଣା ଓ ପ୍ରୋତ୍ସାହନ ଆବଶ୍ୟକ ବୋଲି ନିଜର ଓଜସ୍ବୀ ବକ୍ତବ୍ୟ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ ।
ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ମୁଖ୍ୟ ଅତିଥିଙ୍କ ଦ୍ଵାରା ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଓ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ରାଜ୍ୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଦ୍ବିତୀକାନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ଓ ମହେନ୍ଦ୍ର କୁମାର ଦାସ ଓ କଳ୍ପନା ମିଶ୍ର ମଞ୍ଚ ପରିଚାଳନା କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ବିଜୟ