
ନୂଆଦିଲ୍ଲୀ, ୦୬ ନଭେମ୍ବର (ହି.ସ.)। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନ ଝାଡ଼ଖଣ୍ଡର ଖୁଣ୍ଟି ଜିଲ୍ଲାରେ ଘଟିଥିବା ସଡ଼କ ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି।
ରାଷ୍ଟ୍ରପତି ମୁର୍ମୁ ଏକ୍ସ ରେ ଲେଖିଛନ୍ତି, “ଝାଡ଼ଖଣ୍ଡର ଖୁଣ୍ଟି ଜିଲ୍ଲାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦାୟକ। ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରୁଛି।”
ଉଲ୍ଲେଖଯୋଗ୍ୟ ଯେ, କର୍ରା ଥାନା ଅଞ୍ଚଳର କର୍ରା-ତୋର୍ପା ମୁଖ୍ୟ ରାସ୍ତାରେ ଥିବା ଜୋନେ-ଲୁଦରୁ ମୋଡ଼ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବାରୁ ଉତ୍ତ୍ୟକ୍ତ ଗ୍ରାମବାସୀମାନେ ଶୁକ୍ରବାର ସକାଳେ ରେଳ ଫାଟକ ନିକଟରେ ରାସ୍ତା ଅବରୋଧ କରିଥିଲେ।
ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ଏବଂ ଅଞ୍ଚଳରେ ସଡ଼କ ସୁରକ୍ଷା ବ୍ୟବସ୍ଥା ସୁନିଶ୍ଚିତ କରିବା ଦାବିରେ ଗ୍ରାମବାସୀମାନେ ଏହି ରାସ୍ତା ଅବରୋଧ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା