
ଭୁବନେଶ୍ୱର, ୬ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ମଧ୍ୟରୁ ଅର୍ଥାତ୍ ପ୍ରଥମ, ଦ୍ୱିତୀୟ, ପଂଚମ ଓ ଷଷ୍ଠ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।
ସେହିପରି ତୃତୀୟ, ଚତୁର୍ଥ ଏବଂ ସପ୍ତମ ଦିନ ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ