
ଭୁବନେଶ୍ୱର, ୬ ନଭେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ପରବର୍ତୀ ୬ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ଆସନ୍ତା ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ