
ଭୁବନେଶ୍ୱର, 06 ନଭେମ୍ବର (ହି.ସ.): ବିଶିଷ୍ଟ ସ୍ୱାଧୀନତା
ସଂଗ୍ରାମୀ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରଥମ ବାଚସ୍ପତି ମୁକୁନ୍ଦ ପ୍ରସାଦ ଦାସଙ୍କ ଶ୍ରାଦ୍ଧବାର୍ଷିକୀ
ଅବସରରେ ତାଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମ
'ଏକ୍ସ' ଜରିଆରେ ନିଜର ଶ୍ରଦ୍ଧାଞ୍ଜଳି ବାର୍ତ୍ତା ପ୍ରକାଶ କରିଛନ୍ତି। ସେ
କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସ୍ୱତନ୍ତ୍ର ଓଡ଼ିଶାର ପ୍ରଥମ
ବାଚସ୍ପତି ମୁକୁନ୍ଦ ପ୍ରସାଦ ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା