
ଭୁବନେଶ୍ୱର, 06 ନଭେମ୍ବର (ହି.ସ.): ବିଶିଷ୍ଟ ସ୍ୱାଧୀନତା
ସଂଗ୍ରାମୀ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ବିଶିଷ୍ଟ ଶିକ୍ଷାବିତ୍
ତଥା ସାହିତ୍ୟିକ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କ ପ୍ରତି ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ନିଜର ଶ୍ରଦ୍ଧାଞ୍ଜଳି ବାର୍ତ୍ତାରେ
ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତି ଗଭୀର ସମ୍ମାନ ଜଣାଇଛନ୍ତି।ସେ କହିଛନ୍ତି
ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର
ଅନ୍ୟତମ କର୍ଣ୍ଣଧାର, ଶିକ୍ଷାବିତ ତଥା ସାହିତ୍ୟିକ ପଣ୍ଡିତ
ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା