ହାଇୱାକୁ ପିଟିଲା ଅଟୋ : ଜଣେ ମୃତ, ୪ ଆହତ
ଗଞ୍ଜାମ, ୮ ନଭେମ୍ବର (ହି.ସ.)- ଗଞ୍ଜାମ ଜିଲ୍ଲାର ଆସିକା କାଳଷଣ୍ଡପୁର ଠାରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା । ରାସ୍ତା କଡ଼ରେ ଅଟକି ଥିବା ହାଇୱାକୁ ଧକ୍କା ଦେଇଛି ଯାତ୍ରୀବାହି ଅଟୋ । ରବିବାର ଭୋର୍ ପ୍ରାୟ ୫ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହ
ଆସିକା ଥାନା


ଗଞ୍ଜାମ, ୮ ନଭେମ୍ବର (ହି.ସ.)- ଗଞ୍ଜାମ ଜିଲ୍ଲାର ଆସିକା କାଳଷଣ୍ଡପୁର ଠାରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା । ରାସ୍ତା କଡ଼ରେ ଅଟକି ଥିବା ହାଇୱାକୁ ଧକ୍କା ଦେଇଛି ଯାତ୍ରୀବାହି ଅଟୋ । ରବିବାର ଭୋର୍ ପ୍ରାୟ ୫ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ୍ ଅଂଚଳର ମନୋଜ ଗୌଡ଼ । ଆହତମାନେ ହିଞ୍ଜିଳି ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଖବର ପାଇ ଆସିକା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି । ଏଥିସହ ଦୁର୍ଘଟଣାଗ୍ରସ୍ତ ଅଟୋକୁ ଜବତ କରିଛି ପୋଲିସ । କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande