
ଭୁବନେଶ୍ୱର, ୮ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା । ତେବେ ଗଜପତି ଜିଲ୍ଲାର ଗୋସାଣିରେ ୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ