

ସମ୍ବଲପୁର, ୯ ନଭେମ୍ବର (ହି.ସ.)- ଆଜି ପୂର୍ବାହ୍ନରେ ସମ୍ବଲପୁର ଜିଲ୍ଲା ଧନକଉଡା ବ୍ଲକ ସ୍ଥିତ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଏକ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୋଟ ୩୨ଟି ଅଭିଯୋଗ ଆବେଦନ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୧୫ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବାବେଳେ, ୧୬ଟି ଗୋଷ୍ଠୀ ସମସ୍ୟା ସହିତ ଜଡିତ ଥିଲା। ଜିଲ୍ଲାପାଳ ଜଣେ ହିତାଧିକାରୀଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୨୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ଶୈଳେଶ