
ଜୟପୁର, ୦୯ ନଭେମ୍ବର (ହି.ସ.) - କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ୍ ଅନ୍ତର୍ଗତ ନୀଳାବାଡ଼ି କଲ୍ୟାଣ ମଣ୍ଡପଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନରେଶ ଚନ୍ଦ୍ର ଶବରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।
ଏହି ଶିବିରରେ ଜନସାଧାରଣଙ୍କଠାରୁ ମୋଟ ୭୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩୭ଟି ଗୋଷ୍ଠୀଗତ ଏବଂ ୩୯ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଆର୍ôଥକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ରାସ୍ତା ଓ ଯାତାୟାତ ଏବଂ ବିଦ୍ୟୁତ୍ ସରବରାହ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଲୋକମାନେ ନିଜ ନିଜର ଅଭିଯୋଗ ଉପସ୍ଥାପନ କରିଥିଲେ।
ଅତିରିକ୍ତ ଜିଲ୍ଲାପାଳ ଶବର ଅଭିଯୋଗକାରୀମାନଙ୍କ ସମସ୍ୟା ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହି ଶିବିରରେ କୋରାପୁଟ ଉପଜିଲ୍ଲାପାଳ, ଫାବି ରଶିଦ, ବନ୍ଧୁଗାଁ ବ୍ଲକ୍ ଅଧ୍ୟକ୍ଷ, ବନ୍ଧୁଗାଁ ଥାନା ଅଧିକାରୀ ଶ୍ରୀ ଏମ୍.କେ. ବେହେରା ଏବଂ ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ (ଇଊଗଙ)ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକସ୍ତତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ପିକେପି