
ଭୁବନେଶ୍ୱର,୦୯ ନଭେମ୍ବର (ହି.ସ.) - ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନୂତନ କମିଶନର-ତଥା- ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଗିରୀଶ ଏସ୍.ଏନ୍. ସୋମବାର ଲୋକସେବା ଭବନସ୍ଥିତ । କାର୍ଯ୍ୟାଳୟରେ ସ୍ୱାସ୍ଥ୍ୟ . ମୁକେଶ ମହାଲିଙ୍ଗଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।
ଏହି ଅବସରରେ ରାଜ୍ୟର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଲୋକାଭିମୁଖୀ କରିବା, ମେଡିକାଲ କଲେଜ ଓ ହସ୍ପିଟାଲଗୁଡ଼ିକର ଆଧୁନିକୀକରଣ, ଦୁର୍ଗମ ଅଂଚଳରେ ଉନ୍ନତ ଚିକିତ୍ସା ସେବା ଉପଲବ୍ଧ କରାଇବା ସହିତ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ସ୍ୱାସ୍ଥ୍ୟ ଯୋଜନାର ସଫଳ ଓ ସୁବ୍ୟବସ୍ଥିତ କାର୍ଯ୍ୟାନ୍ୱୟନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।
ରାଜ୍ୟବାସୀଙ୍କୁ ଗୁଣାତ୍ମକ, ସୁଲଭ ଓ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଦିଗରେ ଆମ ସରକାର ସଂକଳ୍ପବଦ୍ଧ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା