
ଧର୍ମଶାଳା, ୯ ନଭେମ୍ବର (ହି.ସ.)- ଯାଜପୁର ଜିଲା ବରୀ ବ୍ଲକ ସଭାଗୃହ ପରିସରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିରିକ୍ତ ଜିଲାପାଳ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ଉପଜିଲାପାଳ, ବ୍ଲକ ଉନ୍ନୟନ ଅଧିକାରୀ, ତହସିଲଦାର ଓ ବରୀ-ରାମଚନ୍ଦ୍ରପୁର ଥାନା ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ଚିନ୍ମୟ