
ଭୁବନେଶ୍ୱର, ୧୯ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୨୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଭୋର୍ କିମ୍ବା ସକାଳ ସମୟରେ ଗଞ୍ଜାମ, ଗଜପତି, ପୁରୀ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ