ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ହେଲେ ପଦ୍ମପୁର ତହସିଲଦାର
ଭୁବନେଶ୍ୱର, ୧୯ ଫେବୃଆରୀ (ହି.ସ.) - ବରଗଡ଼ ଜିଲ୍ଲା ପଦ୍ମପୁର ତହସିଲଦାର୍ ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ୱ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ
ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ହେଲେ ପଦ୍ମପୁର ତହସିଲଦାର


ଭୁବନେଶ୍ୱର, ୧୯ ଫେବୃଆରୀ (ହି.ସ.) - ବରଗଡ଼ ଜିଲ୍ଲା ପଦ୍ମପୁର ତହସିଲଦାର୍ ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ୱ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ ବୋଲି ଏହି ପରିପ୍ରେକ୍ଷୀରେ ଚେତାବନୀ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ । ସୂଚନାଯୋଗ୍ୟ ଯେ, ରାଜସ୍ୱ ସଚିବ ଡଃ ଅରବିନ୍ଦ ପାଢ଼ୀ ଦୁର୍ନୀତି ବିରୁଦ୍ଧରେ ଶୂନ୍ୟ ସହନଶୀଳତା ଅବଲମ୍ବନ କରାଯିବ ବୋଲି ଏଇ ନିକଟରେ ବିଭାଗର ସମସ୍ତ କାର୍ଯ୍ୟାଳୟକୁ ନିର୍ଦ୍ଦେଶନାମା ଜାରି କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande