ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା ବୈଠକ
ଝାରସୁଗୁଡ଼ା, ୧୯ ଫେବୃଆରୀ (ହି.ସ.)- ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ବିଭିନ୍ନ ପାନୀୟ ଜଳ ପ୍ରକଳ୍ପ ଏବଂ ମେଗା ପାନୀୟ ଜଳ ପ୍ରକଳ୍ପର ରକ୍ଷଣା
ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା ବୈଠକ


ଝାରସୁଗୁଡ଼ା, ୧୯ ଫେବୃଆରୀ (ହି.ସ.)- ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ବିଭିନ୍ନ ପାନୀୟ ଜଳ ପ୍ରକଳ୍ପ ଏବଂ ମେଗା ପାନୀୟ ଜଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ସହ ବିଭିନ୍ନ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ଟ୍ୟାପ୍ ଯୋଗେ ଜଳ ଯୋଗାଣ ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରାଯାଇଥିଲା। ବିଶେଷ କରି 'ବସୁଧା' ଯୋଜନାରେ ହେଲ୍ପଲାଇନ ଓ ଅଭିଯୋଗ ପ୍ରତିକାର ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ସହ ଯେଉଁ ଅଞ୍ଚଳରେ ପିଇବା ପାଣିର ସମସ୍ୟା ଦେଖାଯାଏ ସେହି ସବୁ ଅଞ୍ଚଳରେ ଟ୍ୟାଙ୍କର ଜରିଆରେ ଜଳ ଯୋଗାଣ ଓ ନୂତନ ନଳକୂପ ସ୍ଥାପନ ଉପରେ ଜିଲ୍ଲାପାଳ ଏହି ବୈଠକରେ ବିଭାଗୀୟ ଅଧିକାରୀଙ୍କୁ ବିଶେଷ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଏଥିସହିତ ଜିଲ୍ଲା ଖଣିଜ ପ୍ରତିଷ୍ଠାନ, ପଞ୍ଚମ ରାଜ୍ୟ ଅର୍ଥ କମିଶନ ଏବଂ ପଞ୍ଚଦଶ କେନ୍ଦ୍ରୀୟ ଅର୍ଥ କମିଶନ ପାଣ୍ଠିରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ପ୍ରଥମ ପର୍ଯ୍ୟାୟ ମେଗା ପାନୀୟ ଜଳ ପ୍ରକଳ୍ପ ଏବଂ ଜିଲ୍ଲାର ୪୨ଟି ଗ୍ରାମ ପଞ୍ଚାୟତରେ ବ୍ଲକୱାରି ଜଳ ଯୋଗାଣ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଯଥା ପିଡବ୍ଲୁଡ଼ି, ଆରଡି ଏବଂ ଜାତୀୟ ରାଜପଥ କାମ ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ପାଇପଲାଇନଗୁଡ଼ିକର ତୁରନ୍ତ ମରାମତି କରିବା ସହ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ମେଗା ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।ଏହି ବୈଠକରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ, ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କ ସମେତ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ବିଭିନ୍ନ ବ୍ଲକ ଏବଂ ସମ୍ପୃକ୍ତ ବିଭାଗର ପଦାଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande