
ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ଦଶମ ବୋର୍ଡ
ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
। ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ଵାରା ପରିଚାଳିତ ଦଶମ ବୋର୍ଡ ପରୀକ୍ଷା ପାଇଁ ସମସ୍ତ
ପରୀକ୍ଷାର୍ଥୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସଫଳତା କାମନା କରୁଛି।
ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ, ପରିଶ୍ରମ ଓ ଆତ୍ମବିଶ୍ଵାସ ତୁମମାନଙ୍କୁ ସଫଳତା ଆଣିଦେବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା