
ଭୁବନେଶ୍ୱର, ୨୦ ଫେବୃୟାରୀ (ହି.ସ) - ଆସନ୍ତା ସୋମବାର ଫେବୃଆରୀ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦରହିବ । ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବଳବତର ଥିବାରୁ ଆସନ୍ତା ସୋମବାର ‘ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା