



ଭୁବନେଶ୍ୱର, ୨୦ ଫେବୃଆରୀ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ସେହିପରି ୨୫ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ