
ଭୁବନେଶ୍ୱର, ୨୦ ଫେବୃୟାରୀ (ହି.ସ)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଂଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ପରେ ଏହା ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରିପାରେ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୩ ତାରିଖରୁ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା