
ଖୋର୍ଦ୍ଧା,୨୩ ଫେବୃଆରୀ(ହି.ସ.) – ଜିଲ୍ଲାପ୍ରଶାସନ ଏବଂ ପୋଲିସ ପ୍ରଶାସନ ମିଳିତ ଆନୁକୁଲ୍ୟରେ ବାଣପୁର ବ୍ଲକ୍ ଅନ୍ତର୍ଗତ ଗାଲୁଆ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ପଲ୍ଲୀରେ ଜିଲ୍ଲା ପ୍ରଶାସନ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଜନ ଶୁଣାଣୀ ଶିବିର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଜ୍ୟୋତିଶଙ୍କର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବାବେଳେ ଜିଲ୍ଲା ପରିଷଦ ଉପ ସଭାପତି ଗୋପୀନାଥ ମହାରଣା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନାଦି ଚରଣ ସେଠୀ, ଉପଜିଲ୍ଲାପାଳ ସଂକଳ୍ପ ସ୍ୱସ୍ତିକ ସାହୁ, ବାଣପୁର ପଂଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ,ବ୍ଲକ୍ ଉନ୍ନୟନ ଅଧିକାରୀ, ବାଣପୁର, ତହସିଲଦାର, ବାଣପୂର, ଆସିଷ୍ଟାଂଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ୱରୀ କଅଁର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଯୋଗଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୫୨ଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୩୯ ଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୩ ଟି ଅଭିଯୋଗ ଆସିଥିଲା। ଶିବିରରେ ତତ୍କାଳ ୪ଟି ଅଭିଯୋଗ ର ସମାଧାନ କରାଜାଇଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, କୃଷି,ଏବଂ ବିଭିନ୍ନ ଅତ୍ୟାବଶ୍ୟକ ସେବା ଅଧିକାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଂଟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ରାକେଶ