
ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଆଗାମୀ ୨ ଦିନ ମଧ୍ୟରେ ଭୋର୍ କିମ୍ବା ସକାଳ ସମୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କଟକ, ଜଗତସିଂହପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ