ଝଡ଼ ସହିତ ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଆଗାମୀ ୨୪ ଘଂଟା ଅର୍ଥାତ୍ ୨୫ ତାରିଖ ସକାଳ ସୁଦ୍ଧା ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର । ତନ୍ମଧ୍ୟରୁ କେତେକ ସ୍ଥାନରେ
ଝଡ଼ ସହିତ ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଆଗାମୀ ୨୪ ଘଂଟା ଅର୍ଥାତ୍ ୨୫ ତାରିଖ ସକାଳ ସୁଦ୍ଧା ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୨୫ ତାରିଖ ସକାଳ ଠାରୁ ଆସନ୍ତା ମାର୍ଚ୍ଚ ୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande