ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ସର୍ବାଧିକ ୪୦.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ସର୍ବାଧିକ ୪୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାରେ ଚମ୍ପୁଆରେ ୨୯.୪ ମି.ମି., ଗଜପତି ଜିଲ୍ଲାର ଆର. ଉଦୟଗିରିର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ସର୍ବାଧିକ ୪୦.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ସର୍ବାଧିକ ୪୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କେନ୍ଦୁଝର ଜିଲ୍ଲାରେ ଚମ୍ପୁଆରେ ୨୯.୪ ମି.ମି., ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୨୮.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୧୮.୨ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୧୧.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଲିମୁଣ୍ଡଳିରେ ୯.୬ ମି.ମି., ସମ୍ବଲପୁର ଜିଲ୍ଲାର ବୁର୍ଲାରେ ୭.୮ ମି.ମି., ନୂଆପଡ଼ା ଜିଲ୍ଲାର ସିନାପାଲିରେ ୭.୦ ମି.ମି., ବରଗଡ଼ ଜିଲ୍ଲାର ବରଗଡ଼ରେ ୫.୬ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande