
ମାଲକାନଗିରି, ୨୪ ଫେବୃଆରୀ (ହି.ସ.)-
ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଅଞ୍ଚଳର ସାମ୍ବାଦିକ ସାନ୍ତନୁ କୁମାର ଭୁକ୍ତାଙ୍କୁ ହୋଇଥିବା ମରଣାତ୍ମକ ଆକ୍ରମଣ ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରି ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ସହ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି।
ଏହି ପରିପ୍ରେକ୍ଷୀରେ ଷ୍ଟେଟ ୟୁନିଅନ ଅଫ୍ ଜର୍ଣ୍ଣାଲିଷ୍ଟ (ଏସୟୁଜେ)ର ମାଲକାନଗିରି ଜିଲ୍ଲା ଶାଖା ତରଫରୁ ରାଜ୍ୟ ପୋଲିସ ମହାନିର୍ଦେଶକଙ୍କ ଉଦ୍ଦେଶ୍ୟରେ ମାଲକାନଗିରି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜରିଆରେ ଆଜି ଏକ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।
ସାମ୍ବାଦିକମାନଙ୍କ ସୁରକ୍ଷା ନିମନ୍ତେ ଶୀଘ୍ର ଓ କଠୋର ପଦକ୍ଷେପ ଗ୍ରହଣ କରାଯାଉ ବୋଲି ଦାବି କରାଯାଇଛି। ଏହି ଦାବୀପତ୍ର ପ୍ରଦାନ ସମୟରେ ସଂଘର ସଭାପତି ଏମ ଅମରେଶଙ୍କ ସହ ବହୁ ସଦସ୍ୟ ଉପସ୍ଥିତ ଥିଲେ l
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ