
ଭୁବନେଶ୍ୱର, ୨୪ ଫେବୃୟାରୀ (ହି.ସ)- ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱରରେ କାଳବୈଶାଖୀ ତାଣ୍ଡବ ରଚିଛି। ଅଚାନକ ପାଗ ପରିବର୍ତନ ସହିତ ଝଡ଼ ତୋଫାନ ଓ ବର୍ଷା ହୋଇଥିଲା। ପାତ୍ରପଡ଼ା ଆଇଗିଣିଆ ଦୁର୍ଗାମଣ୍ଡପ ପାଖରେ ଏକ ବଡ଼ ହୋର୍ଡିଂ ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ବର୍ଷାରୁ ବଂଚିବା ପାଇଁ ହୋର୍ଡିଂ ତଳେ ଆଶ୍ରୟ ନେଇଥିବା ବେଳେ ଏହି ଅଘଟଣଘଟିଛି। ଏଥିରେ ଏକାଧିକ ଦୋକାନ ଘର ମଧ୍ୟ ଭାଙ୍ଗିଯାଇଛି।
କାଳବୈଶାଖୀ ଯୋଗୁଁ ସହରର ବିଭିନ୍ନ ଅଂଚଳରେ ଜୋରଦାର ପବନ ବହିବା ସହିତ ଗଛ, ବିଦ୍ୟୁତ ଖୁଂଟ ଓ କିଛି ଘରଦ୍ୱାରା କ୍ଷତିଗ୍ରସ୍ତ ହୋଇଛି। ଅନେକ ସ୍ଥାନରେ ରାସ୍ତାରେ ପାଣି ଜମି ଜଳାର୍ଣ୍ଣବ ସୃଷ୍ଟି ହୋଇଥିଲା, ଯାହା ଫଳରେ ସାଧାରଣ ଯାତାୟତ ବାଧାପ୍ରାପ୍ତ ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା