ବଳଦେବ ଜୀଉଙ୍କ ରଥ ନିର୍ମାଣ ଲାଗି ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର
ଭୁବନେଶ୍ୱର , ୨୫ ଫେବୃଆରୀ (ହି.ସ.) - କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି । ଏଥିନେଇ ଆଇନ, ପୂର୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ
baldevjew


ଭୁବନେଶ୍ୱର , ୨୫ ଫେବୃଆରୀ (ହି.ସ.) - କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି ।

ଏଥିନେଇ ଆଇନ, ପୂର୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିଗତ କିଛିଦିନ ଧରି ରଥର ୧୪ଟି ଚକର ଅବସ୍ଥା ଠିକ୍ ନଥିବାରୁ ରଥ ଚାଳନାରେ ବିଭିନ୍ନ ପ୍ରକାରର ବିଘ୍ନ ସୃଷ୍ଟି ହେଉଥିଲା। ଫଳସ୍ୱରୂପ ରଥ ମାଉସୀ ମା’ଙ୍କ ମନ୍ଦିରରେ ନିର୍ଦ୍ଧାରିତ ସମୟରେ ପହଂଚି ପାରୁ ନଥିଲା ଏବଂ ପାଖାପାଖି ଦୁଇଦିନ ବଳମ୍ବ ହେଉଥିଲା। ବାହୁଡ଼ା ଯାତ୍ରା ସମୟରେ ମଧ୍ୟ ସମାନ ସ୍ଥିତି ଦେଖା ଯାଉଥିଲା ।

ଏହାକୁ ଦୃଷ୍ଟିରେ ରଖି ପ୍ରଭୁ ବଳଦେବ ଜୀଉଙ୍କ ନୂତନ ରଥ ନିର୍ମାଣରେ ଯେପରି କୌଣସି ଅସୁବିଧା ସୃଷ୍ଟି ନ ହୁଏ, ସେଥିପାଇଁ ରାଜ୍ୟ ସରକାର ଏକ କୋଟି ଟଙ୍କାର ଅନୁଦାନ ରାଶି ମଞ୍ଜୁର କରିଛନ୍ତି। ଏଥିନେଇ ବିଧି ବିଭାଗ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ପ୍ରକାଶ ପାଇଛି ।

ବଳଦେବ ଜୀଉ ମନ୍ଦିରର ସମସ୍ତ ରୀତିନୀତି ଓ ପରମ୍ପରାର ସୁରକ୍ଷା ନେଇ ରାଜ୍ୟ ସରକାର ପ୍ରତିବଦ୍ଧ ରହିଛନ୍ତି । ଏହି ଅନୁଦାନ ବଳଦେବ ଜୀଉଙ୍କ ପୀଠକୁ ଆସୁଥିବା ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ତଥା ରାଜ୍ୟବାସୀଙ୍କ ପାଇଁ ଏକ ଆନନ୍ଦର ବିଷୟ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande