ପ୍ରବାସୀ ଶ୍ରମିକ ସମସ୍ୟା ସମାଧାନ ପାଇଁ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ
ନୂଆପଡ଼ା,୨୫ ଫେବୃଆରୀ(ହି.ସ.) – ନୂଆପଡ଼ା ଜିଲ୍ଲାରେ ପ୍ରବାସୀ ଶ୍ରମିକଙ୍କ ସୁରକ୍ଷା ଓ ସାମଗ୍ରିକ କଲ୍ୟାଣ ନିମନ୍ତେ ୧୮ତମ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକ ଆରମ୍ଭରେ ଜିଲ୍ଲା ଶ୍ରମ ଅଧିକାରୀ ଜସ୍
Prabasi shramik sachetanata sabha


ନୂଆପଡ଼ା,୨୫ ଫେବୃଆରୀ(ହି.ସ.) – ନୂଆପଡ଼ା ଜିଲ୍ଲାରେ ପ୍ରବାସୀ ଶ୍ରମିକଙ୍କ ସୁରକ୍ଷା ଓ ସାମଗ୍ରିକ କଲ୍ୟାଣ ନିମନ୍ତେ ୧୮ତମ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକ ଆରମ୍ଭରେ ଜିଲ୍ଲା ଶ୍ରମ ଅଧିକାରୀ ଜସ୍ମିନ ସାହୁ ସମସ୍ତଙ୍କୁ ସ୍ୱାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରାଇଥିଲେ। ଜିଲ୍ଲାପାଳ କହିଥିଲେ ଯେ, ଜିଲ୍ଲାରୁ ପ୍ରବାସୀ ଶ୍ରମିକ ପ୍ରଥାକୁ ଉଚ୍ଛେଦ କରିବା ପାଇଁ ସମସ୍ତ ବିଭାଗ ମିଳିତ ଦାୟିତ୍ୱ ନିଭାଇବା ଆବଶ୍ୟକ। ସମୟୋପଯୋଗୀ ହସ୍ତକ୍ଷେପ ଓ ସମନ୍ୱିତ ପଦକ୍ଷେପ ମାଧ୍ୟମରେ ଏହାକୁ ଏକ ମିଶନ ଭାବେ ଗ୍ରହଣ କରି କାର୍ଯ୍ୟ କରିବାକୁ ସେ ଅଧିକାରୀ ମାନଙ୍କୁ ଆହ୍ୱାନ ଦେଇଥିଲେ। ସମସ୍ତ ବ୍ଲକ ଉନ୍ନୟନ ଅଧିକାରୀମାନଙ୍କୁ ବ୍ଲକ ସ୍ତରରେ ସମନ୍ୱୟ ବୈଠକ ଆୟୋଜନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା।

ବୈଠକର କାର୍ଯ୍ୟବିବରଣୀ ଓଡ଼ିଆ ଭାଷାରେ ପ୍ରସ୍ତୁତ କରିବା ପାଇଁ ଶ୍ରମ ବିଭାଗକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ବିଭିନ୍ନ ବିଭାଗ ପ୍ରବାସୀ ଶ୍ରମିକ ଓ ତାଙ୍କ ପରିବାରଙ୍କ କଲ୍ୟାଣ ପାଇଁ ଗୃହୀତ ଯୋଜନା ଓ ସଫଳତା ସମ୍ପର୍କରେ ଅବଗତ କରାଇଥିଲେ। ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଅନନ୍ତ କୁମାର ହେମ୍ବ୍ରମ, ଜିଲ୍ଲା କଲ୍ୟାଣ ଅଧିକାରୀ ଦୀପ୍ତିମନ୍ତ ଭୋଇ, ସମସ୍ତ ତହସିଲଦାର, ବିଡିଓ ଓ ଜିଲ୍ଲାସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande