
ଭୁବନେଶ୍ୱର, 25 ଫେବ୍ରୁଆରି (ହି.ସ.)- କେନ୍ଦ୍ରମନ୍ତ୍ରୀ
ଅନ୍ନପୂର୍ଣ୍ଣା ଦେବୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା
। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶା ଗସ୍ତରେ ଥିବା
କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ସୌଜନ୍ୟମୂଳକ
ସାକ୍ଷାତ କରିଛନ୍ତି । ଏହି ଅବସରରେ ମହିଳା ଓ
ଶିଶୁ ବିକାଶ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗ ସହ ଆମ ସରକାରଙ୍କ ଅନ୍ୟ ଜନକଲ୍ୟାଣକାରୀ ପ୍ରୟାସ
ବାବଦରେ ଆଲୋଚନା ହେଲା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା