ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା : ନୟାଗଡ଼ ଜିଲ୍ଲାର ବରମୂଳରେ ସର୍ବାଧିକ ୫.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । ନୟାଗଡ଼ ଜିଲ୍ଲାର ବରମୂଳରେ ସର୍ବାଧିକ ୫.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦ୍ରାପଡ଼ାର ମାର୍ଶାଘାଇରେ ୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୫.୦ ମି.ମି., କେନ୍ଦ୍ର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା : ନୟାଗଡ଼ ଜିଲ୍ଲାର ବରମୂଳରେ ସର୍ବାଧିକ ୫.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । ନୟାଗଡ଼ ଜିଲ୍ଲାର ବରମୂଳରେ ସର୍ବାଧିକ ୫.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କେନ୍ଦ୍ରାପଡ଼ାର ମାର୍ଶାଘାଇରେ ୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୫.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଡ଼େରାବିଶରେ ୨.୫ ମି.ମି., ଯାଜପୁର ଜିଲ୍ଲାର ଜେନାପୁରରେ ୨.୨ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁରରେ ୨.୦ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୧.୫ ମି.ମି. ଏବଂ ଗଜପତି ଜିଲ୍ଲାର ମୋହନାରେ ୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande